ଦେବଗଡ଼ (କୋଶଲ ନ୍ୟୁଜ୍):- ଆଜି ରିଆମାଳ ବ୍ଲକ ଉଟୁଣିଆ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୩୬ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୧୪ ଟି ବ୍ୟକ୍ତିଗତ ଏବଂ ୨୨ ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି ।
ବିଶେଷ କରି ସି.ସି ରୋଡ , ସୋଚ୍ଛଳୟ କମ୍ୟୁନିଟି ହଲ୍ , ଷ୍ଟ୍ରିଟ ଲାଇଟ୍ ଓ ନୂତନ ଧାନ ମଣ୍ଡି ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ଉପଜିଲ୍ଲାପାଳ ପରକ୍ଷିତ ସାହୁ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଦିତ୍ୟ ପଣ୍ଡା , ଡେପୁଟି କଲେକ୍ଟର ଅଞ୍ଜନି କୁଜୁର,ସହକାରୀ ଜିଲ୍ଲାପାଳ ହେମନ୍ତ ସିଂ ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।