କୁମ୍ଭୀର ଗଣନା ଯୋଗୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା


ଭୁବନେଶ୍ଵର (କୋଶଲ ନ୍ୟୁଜ୍):- ଆସନ୍ତା ୧୪ ତାରିଖରୁ ୨୨ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯାଉଥିବାରୁ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନବିଭାଗ ସୂତ୍ରରୁ ଜଣାପଡ଼ିଛି। ଏହି ସମୟରେ ଭିତରକନିକାକୁ ଆସୁଥିବା ପର୍ଯ୍ୟଟକଙ୍କୁ ଆସିବାକୁ ବାରଣ କରାଯାଇଛି। ଶୀତ ସହ ଅମାବାସ୍ୟା ତିଥିକୁ ଦୃଷ୍ଟିରେ ରଖି କୁମ୍ଭୀର ଗଣନା ପାଇଁ ସମୟ ସ୍ଥିର କରାଯାଇଥାଏ। ଶୀତ ଅଧିକ ହେଲେ ଛୋଟରୁ ବଡ଼ ପର୍ଯ୍ୟନ୍ତ ସବୁ କୁମ୍ଭୀର ନଦୀପଠାରେ ଖରା ଖାଇବାକୁ ପଡ଼ି ରହିଥାନ୍ତି। ଏହି ସମୟରେ ଦିନ ଓ ରାତିରେ କୁମ୍ଭୀର ଗଣନା କରିବା ପାଇଁ ସୁବିଧା ହୋଇଥାଏ। ପର୍ଯ୍ୟଟକମାନଙ୍କୁ ବନ୍ଦ କରିବାର ୩ ରୁ ୪ ଦିନ ପରେ ଆହୁଲା ମରା ଡଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯାଇଥାଏ। ବିଶେଷଜ୍ଞ ଗଣନାକାରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିବା ପରେ ଗଣନାକାରୀ ଦଳ ଗଠନ କରାଯାଇ କୁମ୍ଭୀର ଗଣନା ଆରମ୍ଭ କରାଯିବ ବୋଲି ଜଣାପଡ଼ିଛି।

Comments (0)
Add Comment