ସୁଜାତା କାର୍ତ୍ତିକେୟାନ ଙ୍କୁ ଅର୍ଥ ବିଭାଗକୁ ବଦଳି ମିଶନ ଶକ୍ତି ବିଭାଗ ଦାୟିତ୍ୱରେ ଶାଳିନୀ ପଣ୍ଡିତ

ଭୁବନେଶ୍ୱର (କୋଶଲ ନ୍ୟୁଜ୍):- ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ତଥା କମିଶନର ୨୦୦୧ ବ୍ୟାଚ୍ IAS ଶାଳିନୀ ପଣ୍ଡିତ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ ସରକାରୀ କଳ ଓ କ୍ଷମତାର ଦୁରୂପଯୋଗ କରି ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନଙ୍କୁ ବିଜେଡି ସପକ୍ଷରେ ଭୋଟ୍ ଦେବା ପାଇଁ ଚାପ ପକାଇବା IAS ସୁଜାତା ଆର କାର୍ତ୍ତିକେୟନଙ୍କୁ ମହଙ୍ଗା ପଡ଼ିଛି । ନିର୍ବାଚନ କମିଶନଙ୍କ କଡ଼ା ଆଭିମୁଖ୍ୟ ଓ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଆଜି ବିଜେଡିର ନମ୍ବର-ଟୁ ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍ ସୁଜାତା କାର୍ତ୍ତିକେୟନଙ୍କୁ ବଦଳି କରିଛନ୍ତି । ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତା ଆର କାତ୍ତିକେୟନଙ୍କୁ ମିଶନ ଶକ୍ତି ସଚିବ ପଦରୁ ହଟାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସୁଜାତା ନିଜର ପଦ ଓ କ୍ଷମତାର ଦୁରୂପଯୋଗ କରି ବିଜେଡିର ଏଜେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି ବୋଲି ବିଜେପି ଗତକାଲି ଅଭିଯୋଗ କରିଥିଲା ।

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୦୦ ବ୍ୟାଚ୍ ଆଇଏଏସ୍ ତଥା ମିଶନ ଶକ୍ତି ବିଭାଗର ସଚିବ ତଥା କମିଶନର ସୁଜାତା କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ତଥା କମିଶନର ୨୦୦୧ ବ୍ୟାଚ୍ IAS ଶାଳିନୀ ପଣ୍ଡିତଙ୍କୁ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀମତୀ ପଣ୍ଡିତ ମଧ୍ୟ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଦାୟିତ୍ୱ ତୁଲାଇବେ ।
ରିପୋର୍ଟ: ନିଲେଶ ନାୟକ (ବ୍ୟୁରୋ ଚିଫ୍ ଓଡ଼ିଶା)

Comments (0)
Add Comment