ଦେବଗଡ଼(କୋଶଲ ନ୍ୟୁଜ୍ ):- ଦେବଗଡ଼ ଜ଼ିଲ୍ଲା ତିଲେଇବଣି ବ୍ଲକ ଛେପିଲିପାଲି ଗ୍ରାମପଂଚାୟତ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୨୨ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୧୦ଟି ବ୍ୟକ୍ତିଗତ ଏବଂ ୧୨ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ଉଠା ଜଳ ସେଚନ ସମ୍ବନ୍ଧେ, ବିଦ୍ୟୁତ ସଂଯୋଗ, ରାସ୍ତା ନିମନ୍ତେ ଜାଗା ଚିହ୍ନଟ ଉପରେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ମଗର ଧନାଜୀ ରାଓସ, ଉପ ଜ଼ିଲ୍ଲାପାଳ ପରକ୍ଷିତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀଣି ପ୍ରିୟଦର୍ଶିନୀ ମିର୍ଦ୍ଧା, ତହସିଲଦାର କର୍ଣ୍ଣ ମଲ୍ଲିକ, ଡେପୁଟି କଲେକ୍ଟର ଅଞ୍ଜୁନି କୁଜୁର ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।