ଦେବଗଡ଼ (କୋଶଲ ନ୍ୟୁଜ୍):- ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ ରମ୍ଭେଇ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଆଜି ପୂର୍ବାହ୍ନ ୧୦ ରୁ ଦିନ ୧ ଯାଏଁ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଏଥିରେ ଯୋଗଦେଇ ୩୪ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅଭିଯୋଗ ମଧ୍ୟରେ ୧୪ଟି ବ୍ୟକ୍ତିଗତ ଏବଂ ୨୦ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ରାସ୍ତା ସମସ୍ୟା, ବିଦ୍ୟୁତ ସମସ୍ୟା, ଶ୍ରେଣୀ ଗୃହ ମରାମତି, କେନାଲ ମରାମତି, ନଳକୂପ ମରାମତି ଉପରେ ଅଭିଯୋଗ ହୋଇଥିଲା ।
ଅଭିଯୋଗ ଗୁଡିକ ଶୁଣିବା ପରେ ତଦନ୍ତ କରି ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗ ଶୁଣାଣି ଶିବିରରେ ବନଖଣ୍ଡ ଅଧିକାରୀ ମଗର ଧାନାଜି ରାଓସୋ, ଉପ ଜିଲ୍ଲାପାଳ ପରକ୍ଷିତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାରକୋଟ ସିଦ୍ଧେଶ୍ବର ନାୟକ, ଡେପୁଟି କଲେକ୍ଟର ଏଜଲୀନ ବାରା, ସହକାରୀ ଜିଲ୍ଲାପାଳ ହେମନ୍ତ ସିଂ, ଅତିରିକ୍ତ ତହସିଲଦାର ବବୁରୁ ବାହନ ଦତ୍ତ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।
ରିପୋର୍ଟ : ପୁଷ୍ପାଞ୍ଜଳୀ ବେହେରା (ବାରକୋଟ )