ଜିଲ୍ଲାସ୍ତରୀୟ ସୁଶାସନ ଦିବସ

ଦେବଗଡ଼ (କୋଶଲ ନ୍ୟୁଜ୍):- ଦେବଗଡ଼ ଜିଲ୍ଲାସ୍ତରୀୟ ସୁଶାସନ ଦିବସ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ଜୟନ୍ତୀ ଅବସରରେ ଆଜି ଜିଲ୍ଲା ସଂସ୍କୃତି ଭବନ ଠାରେ ଏକ ସାଧାରଣ ସଭାରେ ମୁଖ୍ୟ ଅତିଥି ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ବରଣ୍ୟ ଅତିଥି ଆରକ୍ଷୀ ଅଧୀକ୍ଷକ ଅନିଲ କୁମାର ମିଶ୍ର,ଉପଜିଲ୍ଲାପାଳ ପରୀକ୍ଷିତ ସାହୁ, ବରିଷ୍ଠ ନାଗରିକ ସୁଧୀର କପର୍ଦାର ଓ ମୁଖ୍ୟ ବକ୍ତା ଭାବେ ଆଦର୍ଶ ସ୍ନାତକ ମହାବିଦ୍ୟାଳୟର ବିଜୟ କୁମାର ମହାରଣା ଯୋଗ ଦେଇଥିଲେ। ସଭାରେ ସାଂସ୍କୃତିକ କାର୍ଯ୍ୟକ୍ରମ ,କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ ଓ କବିତା ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା ।

Comments (0)
Add Comment