ଓଡିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ୱର : ଓଡିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ ଆନ୍ଦୋଳନ ସୋମବାର ପ୍ରତ୍ୟାହୃତ ହୋଇଛି। ପ୍ରତ୍ୟାହାର ନେଇ ମହାସଂଘ ସଭାପତି ଜନାର୍ଦ୍ଦନ ପତିଙ୍କ ପକ୍ଷରୁ ସୂଚନା ମିଳିଛି। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା,ପରିବହନ ସଚିବଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ବୈଠକରେ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ସିପି ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଭୁବନେଶ୍ୱର ଡିସିପି ଉପସ୍ଥିତ ଥିଲେ। ଓଡିଶା ପରିବହନ କର୍ମଚାରୀ ମହାସଂଘ ସଭାପତି ଉପସ୍ଥିତ ଥିଲେ।

Comments
Loading...