ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ମନ୍ତ୍ରୀପଦରୁ ଇସ୍ତଫା ଦେଲେ ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ: ଗୋଟିଏ ପଟେ ମୋଦୀଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପାଇଁ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଅନ୍ୟପଟେ ଜଣକ ପରେ ଜଣେ ମନ୍ତ୍ରୀ ମୋଦୀଙ୍କ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଉଛନ୍ତି । ପୂର୍ବରୁ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ, ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗୱାର ଇସ୍ତଫା ଦେଇଥିବା ବେଳେ ଏବେ ମୋଦୀଙ୍କ ମନ୍ତ୍ରିମଣ୍ଡଳରୁ ପ୍ରତାପ ଷଡ଼ଙ୍ଗୀ ଇସ୍ତଫା ଦେଇଥିବା ସୂଚନା ମିଳୁଛି । ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ଏମଏସଏମଇ ଓ ପଶୁ ସମ୍ପଦ ବିଭାଗର ରାଷ୍ଟ୍ରମନ୍ତ୍ରୀ ଥିଲେ । ବାଲେଶ୍ୱରରୁ ପ୍ରଥମ ଥର ସାଂସଦ ହୋଇଥିବା ପ୍ରତାପଙ୍କୁ ୨୦୧୯ରେ ମୋଦୀ ନିଜ ମନ୍ତ୍ରୀମଣ୍ଡଳରେ ସାମିଲ କରିଥିଲେ । ସେତେବେଳେ ପ୍ରତାପଙ୍କୁ ନେଇ ଜୋରଦାର ଚର୍ଚ୍ଚା ହୋଇଥିଲା ।

ପ୍ରତାପଙ୍କ ବ୍ୟତୀତ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ମଧ୍ୟ ଇସ୍ତଫା ଦେଇଥିବା ସୂଚନା ମିଳିଛି । ମୋଦୀଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଅନେକ ନୂଆ ଚେହେରାଙ୍କୁ ସାମିଲ କରାଯାଇପାରେ । ଓଡ଼ିଶାରୁ ମଧ୍ୟ ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ ଓ ମୟୂରଭଞ୍ଜ ସାଂସଦ ବିଶେଶ୍ୱର ଟୁଡୁଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇପାରେ । ବିଶେଶ୍ୱରଙ୍କୁ ପିଏମଓରୁ କଲ ଯାଇଥିବା ନେଇ ସୂଚନା ମିଳିଥିବା ବେଳେ ଅଶ୍ୱିନୀ ବୈଷ୍ଣବ ସକାଳେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଯାଇଥିଲେ । ତେଣୁ ଏହି ଦୁଇ ନେତାଙ୍କୁ ମଧ୍ୟ ମନ୍ତ୍ରୀମଣ୍ଡଳରେ ସାମିଲ କରାଯିବା ନେଇ ଚର୍ଚ୍ଚା ହେଉଛି ।

Comments
Loading...