ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷ । ତାଙ୍କର ଜନ୍ମ କଟକର ଓଡ଼ିଆ ବଜାର ଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ର ଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।



