ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ଦେବଗଡ଼ : ଦେବଗଡ ଜ଼ିଲ୍ଲା ବାରକୋଟ ବ୍ଲକ ସିଂହଶାଳ ଗ୍ରାମପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୩୨ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୧୩ ଟି ବ୍ୟକ୍ତିଗତ ଏବଂ ୧୯ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ପାନୀୟ ଜଳ, ସୁଭଦ୍ରା ଯୋଜନା, ମାଙ୍କଡ଼ ଉପଦ୍ରଵ, ଖରିଫ ଧାନ ବିକ୍ରୟ ସମ୍ବନ୍ଧେ ଓ ପୁନର୍ବାର ସ୍କୁଲ ଖୋଲିବା ନିମନ୍ତେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ମଗର ଧନାଜୀ ରାଓସ, ଉପ ଜ଼ିଲ୍ଲାପାଳ ପରକ୍ଷିତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାରକୋଟ ସ୍ମୃତି ରଞ୍ଜନ ସାହୁ, ତହସିଲଦାର ରବୀନ୍ଦ୍ର କୁମାର ନାୟକ, ଡେପୁଟି କଲେକ୍ଟର ଅଞ୍ଜୁନି କୁଜୁର ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Comments
Loading...