ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଦେବଗଡ଼(କୋଶଲ ନ୍ୟୁଜ୍ ):- ଦେବଗଡ ଜିଲ୍ଲା ରିଆମାଳ ବ୍ଲକ ଚଡେଇମରା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୫୦ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୩୪ଟି ବ୍ୟକ୍ତିଗତ ଏବଂ ୧୬ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ହାତୀ ଉପଦ୍ରଵ, ଅନ୍ତୋର୍ଦ୍ବୟ ଚାଉଳ, ବିଧବା ଭତ୍ତା, ବିଦ୍ୟୁତ ସଂଯୋଗ, ୦. ୦୪ ଜମି ର ପଟ୍ଟା ନିମନ୍ତେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ଼ିଲ୍ଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ, ଗୋଷ୍ଠୀ ଉନ୍ନୟନ ଅଧିକାରି ରିଆମାଳ ଆଦିତ୍ୟ ପଣ୍ଡା, ତହସିଲଦାର ବିଜୟଲକ୍ଷ୍ମୀ ନାଏକ, ସହକାରୀ ଜିଲ୍ଲାପାଳ ହେମନ୍ତ ସିଂ ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Comments
Loading...