ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଦେବଗଡ଼ (କୋଶଲ ନ୍ୟୁଜ୍):- ଆଜି ଜିଲ୍ଲପାଳ ଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୧୭ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଅଭିଯୋଗ ମଧ୍ୟରେ ୧୨ଟି ବ୍ୟକ୍ତିଗତ ଏବଂ ୫ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ପୁନର୍ବାର ବିଦ୍ୟାଳୟ ଖୋଲିବା, ଜମିବାଡ଼ି ବିବାଦ, ପାନୀୟ ଜଳ, ମୋ ବସ ଯିବା ନିମନ୍ତେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ଼ିଲ୍ଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ, ଉପ ଜିଲ୍ଲାପାଳ ପରକ୍ଷିତ ସାହୁ, ତହସିଲଦାର କର୍ଣ୍ଣ ମଲ୍ଲିକ ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Comments
Loading...