ହାଡସଂହାର କଲନୀ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଦିବସ

ଦେବଗଡ଼ (କୋଶଲ ନ୍ୟୁଜ୍):- ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ଉଟୁଣିଆଁ ପଞ୍ଚାୟତ ଅନ୍ତର୍ଗତ ହାଡସଂହାର କଲନୀ ସାହି ପ୍ରାଥମିକ ବିଦ୍ୟାଳୟରେ ନୂତନ ଛାତ୍ରଛାତ୍ରୀମାନଙ୍କୁ ନେଇ ପ୍ରବେଶ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ନୂତନ ଶିକ୍ଷା ବର୍ଷ ୨୦୨୪-୨୫ ର ପ୍ରବେଶ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ବିଦ୍ୟାଳୟର କର୍ମଚାରୀ ଓ ଅଭିଭାବକ ଉପସ୍ଥିତ ରହି ପୂର୍ଣ୍ଣ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ସମସ୍ତଙ୍କ ପାଇଁ ମିଷ୍ଟାନ୍ନ ଭୋଜନ ବ୍ୟବସ୍ଥା ମଧ୍ୟ ହୋଇଥିଲା

Comments
Loading...